ରାଜ୍ୟରେ ଆଉ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଶୂନ

ରାଜ୍ୟରେ ଆଉ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଶୂନ
ରାଜ୍ୟରେ ଆଉ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଶୂନ

ଭୁବନେଶ୍ୱର, ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଥିବା ବେଳେ ଆଜି କୌଣସି କରୋନା ଜନିତ ମୃତ୍ୟୁ ହୋଇନଥିବା ସୂଚନା ମିଳିଛି। ଦୀର୍ଘ ୬ ମାସ ପରେ ରାଜ୍ୟରେ ପ୍ରଥମ ଥର ପାଇଁ କରୋନାରେ ମୃତ୍ୟୁ ସଂଖ୍ୟା ଶୂନ ଆସିଛି। ଅନ୍ୟପଟେ ଗତ ୩ ଦିନ ଧରି ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ସଂଖ୍ୟା ୨ଶହ ତଳେ ଥିବାବେଳେ ଆଜି ଏହା ପୁଣି ୨ ଶହ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩୩ ଜଣ ଥିବାବେଳେ ୯୮ ଜଣ ସ୍ଥାନୀୟ ବାସିନ୍ଦା ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୨୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ କରି ସୂଚନା ଦେଇଛି।ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ମୋଟ କରୋନା ସଂକ୍ରମିତଙ୍କ ଭିତରୁ ୩ ଲକ୍ଷ ୨୬ ହଜାର ୭୭୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୨୦୩ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିପରି ଆଜି ରାଜ୍ୟରେ କରୋନାରେ କୌଣସି ମୃତ୍ୟୁ ହୋଇନଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୮୮୭ ରହିଛି।