ରାଜ୍ୟରେ କରୋନା ନେଲା ଆଉ ୧୫ଜଣଙ୍କ ଜୀବନ

ରାଜ୍ୟରେ କରୋନା ନେଲା ଆଉ ୧୫ଜଣଙ୍କ ଜୀବନ
ରାଜ୍ୟରେ କରୋନା ନେଲା ଆଉ ୧୫ଜଣଙ୍କ ଜୀବନ

ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ୮୨୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୫ ଜଣ,ରାୟଗଡ଼ାରୁ ୩ ଜଣ,ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।