ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ

ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୩୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୩୫୫୨୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।