Tuesday, May 19, 2026
41.2 C
Odisha

    ରାଜ୍ୟରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଲଗାତାର କିଛି ଦିନ ଧରି ବର୍ଷା ଜାରି ରହିଥିବା ବେଳେ ବୁଧବାରଠାରୁ ପାଗ ଶୁଖିଲା ରହିବ। ଏବେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଫଳରେ ଉପରବେଳା ଆଡ଼କୁ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ମୌସୁମୀ ଟ୍ରଫ୍‌ ଏବେ ଶ୍ରୀଗଙ୍ଗାନଗର, ଝୁନ୍‌ଝୁନୁ, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ, ସଂଲଗ୍ନ ପୂର୍ବ ରାଜସ୍ଥାନ, ପାନ୍ନା, ଡାଲ୍‌ଟନ୍‌ଗଞ୍ଜ ଓ ସେଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଫଳରେ ଆଜି ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

    ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ। ମୌସୁମୀ ‌ସକ୍ରିୟ ଯୋଗୁଁ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    41.2 ° C
    41.2 °
    41.2 °
    17 %
    2.4kmh
    99 %
    Tue
    40 °
    Wed
    45 °
    Thu
    46 °
    Fri
    45 °
    Sat
    45 °

    ସମ୍ବନ୍ଧିତ