Friday, September 18, 2026
30.3 C
Odisha

    ରାଜ୍ୟରେ କାଳବୈଶାଖୀ, ୧୭ ଯାଏଁ ଘଡ଼ଘଡ଼ି ସହ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେଣୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ସନ୍ଧ୍ୟାରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ଘଡଘଡି ସହ ବର୍ଷା ହୋଇଯାଇଛି। ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ନବରଙ୍ଗରପୁର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ଧୂଳିଝଡ଼ ଆଶଙ୍କା ଅଛି। ଅନ୍ୟପକ୍ଷରେ ଆଜି ଓ ୧୩, ୧୪, ୧୫ ତାରିଖରେ କାଳବୈଶାଖୀ ପ୍ରକୋପ ଅଧିକ ରହିବ। ୧୬ ଓ ୧୭ରେ କାଳବୈଶାଖୀ ପ୍ରକୋପ କମିଲେ ମଧ୍ୟ କେତେକ ସ୍ଥାନରେ ବର୍ଷା ଜାରି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.3 ° C
    30.3 °
    30.3 °
    68 %
    2kmh
    40 %
    Fri
    30 °
    Sat
    30 °
    Sun
    31 °
    Mon
    31 °
    Tue
    31 °

    ସମ୍ବନ୍ଧିତ