Sunday, April 12, 2026
39 C
Odisha

    ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍‌ ସିଭିଲ୍‌ ଜଜ୍‌ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    9 %
    3.5kmh
    0 %
    Sun
    39 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ