Friday, May 1, 2026
39.9 C
Odisha

    ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ, ଜୁନ ୩୦ ଓ ଜୁଲାଇ ୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆହୁରି ବର୍ଷିବ। ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୯ ତାରିଖ ବେଳକୁ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

    ଏହାର ପ୍ରଭାବରେ ୩୦ ତାରିଖ ଓ ଜୁଲାଇ ୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ଜୁଲାଇ ୧ ତାରିଖରେ ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

    ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି ହୋଇଛି। ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ସେହିପରି ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.9 ° C
    39.9 °
    39.9 °
    18 %
    5.2kmh
    0 %
    Fri
    39 °
    Sat
    42 °
    Sun
    41 °
    Mon
    39 °
    Tue
    36 °

    ସମ୍ବନ୍ଧିତ