Tuesday, December 9, 2025
16.1 C
Odisha

    ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସୁଜିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିବା ଜଣାଯାଇଛି। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ ଗତ ସେ‌ପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ବିଜେପିରେ ଯୋଗ ଦେଇଥିଲେ। ତେଣୁ ଏବେ ପୂର୍ବରୁ ମମତା ମହନ୍ତ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଥିଲେ। ଏହାପରେ ବିଜେପି ତାଙ୍କୁ ପୁଣି ରାଜ୍ୟସଭାକୁ ପଠାଇଥିଲା।ସୁଜିତ କୁମାର ବି ସେହି ସମାନ ପନ୍ଥା ଆପଣାଇଥିଲେ। ସାଂସଦ ପଦରୁ ଇସ୍ତଫା ଦେବା ପରେ ଦିଲ୍ଲୀରେ ବିଜେପିରେ ଯୋଗଦେଇଥିଲେ। ତେଣୁ ଏବେ ବିଜେପି ସୁଜିତ କୁମାରଙ୍କୁ ପୁଣି ରାଜ୍ୟସଭାକୁ ପଠାଇବ ନା ଦଳର ଆଉ କେଉଁ ନେତାଙ୍କୁ ପଠାଇବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ମାତ୍ର ଦଳ ସୁଜିତ କୁମାରଙ୍କ ନାଁରେ ମୋହର ମାରିବ ବୋଲି କୁହାଯାଉଛି।

    ଆସନ୍ତା ଡିସେମ୍ବର ୨୦ତାରିଖରେ ୪ଟି ରାଜ୍ୟରେ ଖାଲି ପଡ଼ିଥିବା ୬ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ। ଏନେଇ ଭାରତ ନିର୍ବାଚନ କମିସନ ଆଜି କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ଏଥିରେ ଓଡ଼ିଶାର ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ବିଜେଡିରୁ ରାଜ୍ୟସଭା ଯାଇଥିବା ସୁଜିତ କୁମାର ସେପ୍ଟେମ୍ବର ୬ରେ ହଠାତ୍ ରାଜ୍ୟସଭା ସାଂସଦ ପଦ ଓ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଏହି ପଦବିଟି ଖାଲି ପଡ଼ିଛି।
    ସୂଚନାଯୋଗ୍ୟ ଯେ, ଡିସେମ୍ବର ୨୦ରେ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ପାଇଁ ଡିସେମ୍ବର ୩ରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ରେ ନାମାଙ୍କନ ଯାଞ୍ଚ ଓ ୧୩ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    16.1 ° C
    16.1 °
    16.1 °
    38 %
    1.6kmh
    88 %
    Mon
    16 °
    Tue
    26 °
    Wed
    26 °
    Thu
    26 °
    Fri
    27 °

    ସମ୍ବନ୍ଧିତ