Monday, April 20, 2026
42.9 C
Odisha

    ରାଜ୍ୟ ବଜେଟରେ କୌଣସି ନୂତନତ୍ୱ ନାହିଁ: ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେପି ସରକାରଙ୍କ ଦ୍ୱାରା ଆଜି ପ୍ରସ୍ତୁତ କରା ଯାଇଥିବା ୨୦୨୪-୨୫ ବର୍ଷ ପାଇଁ ରାଜ୍ୟ ବଜେଟ ଉପରେ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ମିଡ଼ିଆ ସଂଯୋଜକ ଶ୍ରୀ ପ୍ରତାପ ଜେନା ବଜେଟ ସମ୍ପୂର୍ଣ ନୈରାଶ୍ୟଜନକ ବୋଲି କହିଛନ୍ତି। ମୋହନ ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ବଜେଟରେ କୌଣସି ନୂତନତ୍ୱ ନାହିଁ ଓ ଏହା ନବୀନ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ପ୍ରାୟ ଚାଳିଶରୁ ଉର୍ଦ୍ଧ ଲୋକପ୍ରିୟ ଯୋଜନା ଗୁଡିକର କପି ପେଷ୍ଟ କରାଯାଇ କେବଳ ଏହାର ନାମ ପରିବର୍ତ୍ତନ କରାଯାଇଛି।

    ବହୁ ପ୍ରଚାରିତ ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳା ମାନେ ଲାଭବାନ ହେବେ ବୋଲି ଆଶା ବାନ୍ଧି ବସିଥିବା ବେଳେ ଏଥିପାଇଁ ମାତ୍ର ଦଶ ହଜାର କୋଟି ଟଙ୍କା ଘୋଷିତ ହୋଇଥିବାରୁ ଅତି ବେଶୀରେ ରାଜ୍ୟର କୋଡିଏ ଲକ୍ଷ୍ୟ ମହିଳା ଏଥିରୁ ଲାଭ ପାଇବେ। ସେହିପରି ମଧୁବାବୁ ପେନଶନ ଯୋଜନାରେ ହିତାଧିକାରୀଙ୍କ ଭତ୍ତା ୩୦୦୦ ହଜାର ଟଙ୍କାକୁ ବୃଦ୍ଧି କରାଯିବ ବୋଲି ବିଜେପି ତରଫରୁ ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ କେବଳ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତିଙ୍କ ପେନଶନ ବୃଦ୍ଧି କରାଯାଇଛି ଯାହା ଅନ୍ୟ ସମସ୍ତ ହିତାଧିକାରୀଙ୍କୁ ନିରାଶ କରିଛି । ଅପରପକ୍ଷରେ ଅର୍ଥନୈତିକ ଦୂରଦୃଷ୍ଟୀ, ଶିଳ୍ପ, ରୋଜଗାର, ଆଇନଶୃଙ୍ଖଳା, ଦରଦାମ ବୃଦ୍ଧି ଆଦି ବିଷୟରେ ଏ ବଜେଟ ସଂପୂର୍ଣ୍ଣ ନିରବ। ବଲ ଇଂଜିନ ସରକାର ହେଲେ ରାଜ୍ୟରେ ବିକାଶର ତ୍ୱରାନ୍ୱିତ ହେବ ବୋଲି ବିଜେପି ଡିଣ୍ଡିମ ପିଟୁଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟର ବଜେଟ ରାଜ୍ୟବାସୀଙ୍କୁ ଡବଲ ନିରାଶ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    42.9 ° C
    42.9 °
    42.9 °
    12 %
    2.6kmh
    22 %
    Mon
    40 °
    Tue
    43 °
    Wed
    43 °
    Thu
    43 °
    Fri
    44 °

    ସମ୍ବନ୍ଧିତ