Thursday, May 7, 2026
25.3 C
Odisha

    ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ; ରଥଯାତ୍ରା ପାଇଁ କରିଲେ ନିମନ୍ତ୍ରଣ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀ ଠାରେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରସିଦ୍ଧ ରଥ ଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି।

    ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି। ଶପଥ ଗ୍ରହଣ ଉତ୍ସବ କୁ ପ୍ରଧାନମନ୍ତ୍ରୀ ନିଜେ ଆସି ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ପ୍ରକାଶ କରିଥିଲେ। ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ, ସଡ଼କପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି। ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆ ଯାଇଥଛି। ୨୦୩୬ ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀ ଏହି ସବୁ କେନ୍ଦ୍ର ମନ୍ତ୍ରୀ ମାନଙ୍କୁ ମଧ୍ୟ ରଥ ଯାତ୍ରା ପାଇଁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.3 ° C
    25.3 °
    25.3 °
    70 %
    1.3kmh
    17 %
    Thu
    38 °
    Fri
    39 °
    Sat
    40 °
    Sun
    39 °
    Mon
    38 °

    ସମ୍ବନ୍ଧିତ