Saturday, July 27, 2024
24.6 C
Odisha

    ଲକ୍ଷ୍ନୌକୁ ୮ ୱିକେଟରେ ପରାଜିତ କଲା କୋଲକାତା

    ଆଗକୁ ପଢନ୍ତୁ

    କୋଲକାତାରେ ଖେଳାଯାଉଥିବା ଆଇପିଏଲ-୨୦୨୪ର ୨୮ତମ ମ୍ୟାଚରେ ଲକ୍ଷ୍ନୌ ସୁପରଜାୟାଣ୍ଟସକୁ ୮ ଓ୍ବିକେଟରେ ପରାସ୍ତ କଲା କୋଲକାତା ନାଇଟରାଇଡର୍ସ। ଏହି ମ୍ୟାଚରେ କୋଲକାତା ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଲକ୍ଷ୍ନୌ ଦଳର ଦୁଇ ଓପନର କ୍ବିଣ୍ଟନ ଡି’କକ୍ ଓ କେଏଲ ରାହୁଲ ସତର୍କତାର ସହ ଇନିଂସ ଆରମ୍ଭ କରିଥିଲେ ବି ଡି’କକ୍ ମାତ୍ର ୧୦ ରନ କରି ଆଉଟ ହୋଇଥିଲେ। ତେବେ ଅଧିନାୟକ ରାହୁଲ୍ ୩୯ ରନର ଏକ ଉପଯୋଗୀ ଇନିଂସ ଖେଳିଥିଲେ। କିନ୍ତୁ ଦିପକ୍ ହୁଦା ମାତ୍ର ୮ ରନ କରି ଆଉଟ ହୋଇଥିବାବେଳେ ଆୟୁଷ ବାଦୋନି ୨୯ ରନ କରିଥିଲେ।

    ମାର୍କସ ଷ୍ଟୋଇନିସ୍ ୧୦ ରନ କରି ଆଉଟ ହୋଇଥିଲେ। ତେବେ ଶେଷ ବେଳକୁ ନିକୋଲାସ ପୁରନ ୪୫ ରନର ଏକ ଉପଯୋଗୀ ଇନିଂସ ଖେଳିଥିଲେ ଓ ଦଳୀୟ ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେବାରେ ସହାୟକ ହୋଇଥିଲେ। ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୬୧ ରନ କରିଥିଲା। କୋଲକାତା ପକ୍ଷରୁ ମିଚେଲ ଷ୍ଟାକ୍ ୨ଟି ଓ୍ବିକେଟ ନେଇଥିବାବେଳେ ସୁନୀଲ ନାରାୟଣ, ବରୁଣ ଚକ୍ରବର୍ତ୍ତୀ,ଆନ୍ଦ୍ରେ ରସେଲ ଓ ବୈଭବ ଆରୋରା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ