Friday, March 13, 2026
22.3 C
Odisha

    ଲଘୁଚାପ ପ୍ରଭାବ: ରାଜ୍ୟରେ କୋହଲା ପାଗ ସହ ଝିପିଝିପ୍ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ମଙ୍ଗଳବାର ସୃଷ୍ଟ ଲଘୁଚାପ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ତତ୍‌ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦୁର୍ବଳ ହେବା ସମ୍ଭାବନା ରହିଛି। ତେବେ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ୨୬ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
    ମଙ୍ଗଳବାର ଅପରାହ୍ଣରେ ଭୁବନେଶ୍ବର ସହିତ ଯାଜପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଅନୁଗୋଳ, କନ୍ଧମାଳ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ମାଲକାନଗିରି, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ପାଗ ଶୁଖିଲା ରହିବ।ରାଜ୍ୟରେ ରାତି ତାପମାତ୍ରା ଜି.ଉଦୟଗିରିରେ ୧୦.୬ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କୋରାପୁଟରେ ୧୨ଡିଗ୍ରୀ ରହିଛି। ରାଉରକେଲା ୧୩.୧, ସୁନ୍ଦରଗଡ଼ ୧୪, ଝାରସୁଗୁଡ଼ା ୧୩.୬, କିରେଇ ୧୩.୩, ଦାରିଙ୍ଗବାଡ଼ି ୧୩.୫, କୋରାପୁଟ ୧୨, ରାୟଗଡ଼ା ୧୫.୫, ଭୁବନେଶ୍ବର ୧୯.୪, ଫୁଲବାଣୀ ୧୩ ଏବଂ କଟକରେ ୧୮ଡିଗ୍ରୀ ରହିଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    20 %
    1kmh
    0 %
    Fri
    38 °
    Sat
    39 °
    Sun
    39 °
    Mon
    38 °
    Tue
    37 °

    ସମ୍ବନ୍ଧିତ