ଶ୍ରୀପଞ୍ଚମୀରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ

ଶ୍ରୀପଞ୍ଚମୀରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ
ଶ୍ରୀପଞ୍ଚମୀରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ

ଆଜି ପବିତ୍ର ଶ୍ରୀପଞ୍ଚମୀ ।  ଏହି ଅବସରରେ ଆଗାମୀ ବିଶ୍ବପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥ କାଠକୁ ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ କରାଯିବ । ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ବାରା ମା’ ସରସ୍ବତୀଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା ସହିତ ପୂଜା କରିବେ।  ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜିଉଙ୍କ ନିକଟରେ ପ୍ରାର୍ଥନା କରାଯିବ।  ତେବେ ଆସନ୍ତା ରାମନବମୀ ତିଥିରେ ଅନୁକୂଳ କରାଯାଇ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବ।ରଥ ନିର୍ମାଣ ପାଇଁ ମୋଟ୍ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ପୂର୍ବ ବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ୬୯ଖଣ୍ଡ କାଠ ମହଜୁଦ ଅଛି  ।  ଅବଶିଷ୍ଟ ୭୯୬ ଖଣ୍ଡ କାଠ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଅଣାଯିବାକୁ ଥିବାବେଳେ ଗତ ୩ ଦିନ ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୪୯ ଖଣ୍ଡ ଅସନ ଓ ଧଉରା କାଠ ପୁରୀରେ ପହଞ୍ଚିଥିଲା ।