ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ

ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ
ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ

ପୁରୀ: ପିପିଲି ଉପନିର୍ବାଚନ ଲାଗି ନାମାଙ୍କନ ପତ୍ର ଦାଖଲର ଆଜି ଶେଷ ଦିନ ହୋଇଥିବାବେଳେ ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରାଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରୁଦ୍ରପ୍ରତାପ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରରେ ବାହାରି ପୁରୀ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଅନ୍ୟପଟେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ମଧ୍ୟ ସମର୍ଥକଙ୍କ ଉପସ୍ଥିତିରେ ପିପିଲିରୁ ପୁରୀ ଅଭିମୁଖେ ଯାଇଛନ୍ତି। ବିଜେପି ପ୍ରାର୍ଥୀ ଅଶ୍ରିତ ପଟ୍ଟନାୟକ ପୂର୍ବରୁ ନାମାଙ୍କନ ପତ୍ର ଦାଖଲ କରି ସାରିଛନ୍ତି।