Saturday, March 21, 2026
19.7 C
Odisha

    ଶିମିଳିପାଳରୁ ୯ଶିକାରୀ ଗିରଫ, ସମ୍ବରମାଂସ ସହିତ ୯ ଦେଶୀବନ୍ଧୁକ ଜବତ

    ଆଗକୁ ପଢନ୍ତୁ

    ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ପଶିଥିବା ୯ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି । ଏହା ସହିତ ସେମାନଙ୍କ ପାଖରୁ ସମ୍ବର ମାଂସ ଓ ୯ଟି ଦେଶୀବନ୍ଧୁକ ଜବତ କରାଯାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ ସଂରକ୍ଷକ ଡ ପ୍ରକାଶ ଚାନ୍ଦ ଗୋଗିନେନୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
    ଶୁକ୍ରବାର ରାତିରେ ଶିମିଳିପାଳର ଜେନାବିଲ ରେଞ୍ଜ ଅଞ୍ଚଳରେ ଉଦଳା ଥାନାର ପାଟଶାଣୀପୁର ଓ କୁଣ୍ଡାବାଇ ପଞ୍ଚାୟତର ଉପରତଳଡିହା, ଜାମଡିହା, ଖାଳିଡିହି ଆଦି ଶିମିଳିପାଳ ସଂଲଗ୍ନ ଗ୍ରାମର ୪୦ରୁ ଉର୍ଦ୍ଧ୍ବ ଶିକାରୀ ବହୁ ସଂଖ୍ୟକ ବନ୍ଧୁକ ସହିତ ଏକସଙ୍ଗେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅଖଣ୍ଡ ଶିକାର ଉଦ୍ଦେଶ୍ୟରେ ପଶିଥିଲେ । ତେବେ ଖବର ପାଇ ଡୁକୁରା ଓ ପୋଡାଡିହା ରେଞ୍ଜର କର୍ମଚାରୀ ସ୍ବତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳ ସହିତ ମିଳିତ ଭାବେ ଚଢାଉ କରିଥିଲେ । ୯ଜଣ ଶିକାରୀଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ୯ଟି ଦେଶୀବନ୍ଧୁକ ଓ ଅନ୍ୟାନ୍ୟ ଶିକାର ସାମଗ୍ରୀ ଜବତ କରି ବନବିଭାଗ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ ପାଇଁ ପଚରାଉଚରା ଜାରି ରଖିଛନ୍ତି । ଖସିପଳାଇଥିବା ଅନ୍ୟ ଶିକାରୀମାନଙ୍କୁ ଗିରଫ ପାଇଁ ତନାଘନା ଜାରିରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    79 %
    0.7kmh
    99 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    37 °

    ସମ୍ବନ୍ଧିତ