Saturday, July 27, 2024
24.5 C
Odisha

    ଶିମିଳିପାଳରୁ ୯ଶିକାରୀ ଗିରଫ, ସମ୍ବରମାଂସ ସହିତ ୯ ଦେଶୀବନ୍ଧୁକ ଜବତ

    ଆଗକୁ ପଢନ୍ତୁ

    ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ପଶିଥିବା ୯ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଛି । ଏହା ସହିତ ସେମାନଙ୍କ ପାଖରୁ ସମ୍ବର ମାଂସ ଓ ୯ଟି ଦେଶୀବନ୍ଧୁକ ଜବତ କରାଯାଇଛି ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ ସଂରକ୍ଷକ ଡ ପ୍ରକାଶ ଚାନ୍ଦ ଗୋଗିନେନୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
    ଶୁକ୍ରବାର ରାତିରେ ଶିମିଳିପାଳର ଜେନାବିଲ ରେଞ୍ଜ ଅଞ୍ଚଳରେ ଉଦଳା ଥାନାର ପାଟଶାଣୀପୁର ଓ କୁଣ୍ଡାବାଇ ପଞ୍ଚାୟତର ଉପରତଳଡିହା, ଜାମଡିହା, ଖାଳିଡିହି ଆଦି ଶିମିଳିପାଳ ସଂଲଗ୍ନ ଗ୍ରାମର ୪୦ରୁ ଉର୍ଦ୍ଧ୍ବ ଶିକାରୀ ବହୁ ସଂଖ୍ୟକ ବନ୍ଧୁକ ସହିତ ଏକସଙ୍ଗେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ଅଖଣ୍ଡ ଶିକାର ଉଦ୍ଦେଶ୍ୟରେ ପଶିଥିଲେ । ତେବେ ଖବର ପାଇ ଡୁକୁରା ଓ ପୋଡାଡିହା ରେଞ୍ଜର କର୍ମଚାରୀ ସ୍ବତନ୍ତ୍ର ବ୍ୟାଘ୍ର ସୁରକ୍ଷା ବଳ ସହିତ ମିଳିତ ଭାବେ ଚଢାଉ କରିଥିଲେ । ୯ଜଣ ଶିକାରୀଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ୯ଟି ଦେଶୀବନ୍ଧୁକ ଓ ଅନ୍ୟାନ୍ୟ ଶିକାର ସାମଗ୍ରୀ ଜବତ କରି ବନବିଭାଗ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ ପାଇଁ ପଚରାଉଚରା ଜାରି ରଖିଛନ୍ତି । ଖସିପଳାଇଥିବା ଅନ୍ୟ ଶିକାରୀମାନଙ୍କୁ ଗିରଫ ପାଇଁ ତନାଘନା ଜାରିରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ