Monday, July 21, 2025
25.1 C
Odisha

    ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି

    ଆଗକୁ ପଢନ୍ତୁ

    ପୁରୀ : ଆଜି ଅନବସରର ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନଅରରୁ ଖଡ଼ିପ୍ରସାଦ ବିଜେ କରାଯିବ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡ଼ିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୁପା ଥାଳରେ ଆଣି ଗଜପତି ମହାରାଜାଙ୍କୁ ଅର୍ପଣ କରିବେ । ଏହାପରେ ଦତ୍ତମହାପାତ୍ର ସେବାୟତ ମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ ।

    ତେବେ ଆଜି ଏହି ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି କରିବେ । ସେପଟେ ଆଉ ମାତ୍ର ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.1 ° C
    25.1 °
    25.1 °
    91 %
    1.3kmh
    100 %
    Sun
    25 °
    Mon
    32 °
    Tue
    33 °
    Wed
    32 °
    Thu
    28 °

    ସମ୍ବନ୍ଧିତ