Wednesday, December 10, 2025
14 C
Odisha

    ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମହାପ୍ରଭୁ କାଳିଆ ସାଆନ୍ତଙ୍କ ଉଦ୍ଦେଶ୍ୟରେ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ବର୍ଷ-୨୦୨୫ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ଉଭୟ ୱାଲ୍ ଏବଂ ଡେସ୍କ୍ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛି। କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଅର୍ପଣ କରାଯାଇଛି। ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧିବଦ୍ଧ ଭାବେ ଉନ୍ମୋଚନ କରିଛନ୍ତି। ଡେସ୍କ୍ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି। ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି। ଇଂରାଜୀ ନୂଆବର୍ଷରେ ପୁରୀ ଓ ଭୁବନେଶ୍ୱରସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡ଼ିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ସକାଶେ ଉପଲବ୍ଧ ହେବ।ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସରକାର ଡେକ୍ସ ୱାଲ୍‌ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିସନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏବଂ ପୁରୀ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    14 ° C
    14 °
    14 °
    47 %
    1.2kmh
    97 %
    Wed
    26 °
    Thu
    26 °
    Fri
    26 °
    Sat
    27 °
    Sun
    26 °

    ସମ୍ବନ୍ଧିତ