Thursday, April 30, 2026
41.9 C
Odisha

    ସବୁ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ହେତୁ ଯୁଦ୍ଧ ଭଳି ସ୍ଥିତି ଉପୁଜିଛି। ଏହାକୁ ଆଖି ଆଗରେ ରଖି ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ସରକାରଙ୍କ ଅତିରିକ୍ତ ସଚିବ ମନୋଜ ମହାନ୍ତି ଚିଠି ଲେଖି ଜଣାଇଛନ୍ତି। ଯେଉଁମାନେ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଂପ୍ରତିକ ପରିସ୍ଥିତିରେ ସେମାନଙ୍କୁ ଆଉ ଛୁଟି ଦିଆଯିବ ନାହିଁ ବୋଲି ଏହି ଚିଠିରେ ଉଲ୍ଲେଖ କରାଯାଇଛି। ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    41.9 ° C
    41.9 °
    41.9 °
    13 %
    5kmh
    0 %
    Thu
    43 °
    Fri
    40 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ