Wednesday, July 2, 2025
24.5 C
Odisha

    ସବୁ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ହେତୁ ଯୁଦ୍ଧ ଭଳି ସ୍ଥିତି ଉପୁଜିଛି। ଏହାକୁ ଆଖି ଆଗରେ ରଖି ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ସରକାରଙ୍କ ଅତିରିକ୍ତ ସଚିବ ମନୋଜ ମହାନ୍ତି ଚିଠି ଲେଖି ଜଣାଇଛନ୍ତି। ଯେଉଁମାନେ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଂପ୍ରତିକ ପରିସ୍ଥିତିରେ ସେମାନଙ୍କୁ ଆଉ ଛୁଟି ଦିଆଯିବ ନାହିଁ ବୋଲି ଏହି ଚିଠିରେ ଉଲ୍ଲେଖ କରାଯାଇଛି। ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    88 %
    1.6kmh
    100 %
    Wed
    26 °
    Thu
    30 °
    Fri
    25 °
    Sat
    28 °
    Sun
    28 °

    ସମ୍ବନ୍ଧିତ