ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ଜମ୍ମୁ କାଶ୍ମୀରର ଅବନ୍ତିପୁରା ନାଗବୈରନ ତ୍ରାଲ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ୩ ଜଣ ଆତଙ୍କବାଦୀ ନିହତ । ଉକ୍ତଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ପାଇବା  ପରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ସର୍ଚ୍ଚ ଅପରେସନ୍‌ ବେଳେ ଉଭଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବାର ଜଣାପଡିଛି  । ଏହାସହ ଏନକାଉଣ୍ଟର ସ୍ଥଳରୁ ବହୁପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଛି । ତେବେ ନିହତ ଆତଙ୍କବାଦୀଙ୍କ ପରିଚୟ ଏବେ ପର୍ଯ୍ୟନ୍ତ ମିଳି ପାରିନାହିଁ  । ଗତକାଲି ମଧ୍ୟ ଅବନ୍ତୀପୋରାର ମାମ୍ବୋର ଅଞ୍ଚଳରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସେହିପରି ଗୁରୁବାର ଦିନ ମଧ୍ୟ ରାଜୌରୀ ଜିଲ୍ଲାରେ ଆଉ ଏକ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିଲେ ।