ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ
ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ହୃଦଘାତରେ ପୀଡିତ ହେବା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଆଜି ତାଙ୍କ ସ୍ୱାସ୍ଥ୍ୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ତେବେ ଆଜି ଡାକ୍ତରମାନେ ଅନ୍ୟ ଏକ ଆଞ୍ଜିଓପ୍ଲାଷ୍ଟି ବିଷୟରେ ନିଷ୍ପତ୍ତି ନେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ସୂଚନା ପାଇବା ପରେ ସୌରଭଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କ ସହ କଥା ହୋଇଥିଲେ। ଏଥିସହିତ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଥିଲେ।

ଶନିବାର ସୌରଭ ଗାଙ୍ଗୁଲି ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ କୋଲକାତାର ଉଡଲାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଗାଙ୍ଗୁଲିଙ୍କ ଏକ ଆଞ୍ଜିଓପ୍ଲାଷ୍ଟି ହୋଇଥିଲା। ପରେ ତାଙ୍କ ହୃଦୟର ତିନୋଟି ଧମନୀରେ ଏକ ଅବରୋଧ ଦେଖିବାକୁ ମିଳିଥିଲା, ଯାହାକୁ ହଟାଇବା ପାଇଁ ଷ୍ଟେଣ୍ଟ ଦିଆଯାଇଥିଲା। ଗତକାଲି ରାତିରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ୱାଭାବିକ ରହିଥିଲା ଏବଂ ତାଙ୍କର ଜ୍ୱର ନଥିଲା ବୋଲି ମେଡିକାଲ ପକ୍ଷରୁ କୁହାଯାଇଛି।