Wednesday, July 2, 2025
24.5 C
Odisha

    ସାଲିଆ ସାହିରେ ପୁଣି ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଏବଂ ପୋଚ ଜବତ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ରାଜଧାନୀ ସାଲିଆ ସାହିରେ ପୁଣି ରେଡ୍। ଆଜି ସକାଳୁ ବେଆଇନ୍ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗ ଚଢାଉ କରିଛି। ଏହି ଚଢାଉ ବେଳେ ବିପୁଳ ପରିମାଣର ଦେଶୀ ମଦ ଏବଂ ପୋଚ ଜବତ ହୋଇଛି। ଏହା ପରେ ଅବକାରୀ ବିଭାଗ ଜବତ ଦେଶୀ ମଦ ଓ ପୋଚକୁ ନଷ୍ଟ କରିଛି। ଏବେବି ରେଡ୍ ଜାରି ରହିଥିବା ସୂଚନା ମିଳିଛି। ଗତ ୩ ମାସ ତଳେ ଅବକାରୀ ବିଭାଗ ଏବଂ କମିଶନରେଟ୍ ପୁଲିସ୍ ପକ୍ଷରୁ ସାଲିଆ ସାହିରେ ରେଡ୍ କରାଯାଇଥିଲା। ଏବଂ ପାଖାପାଖି ୬ଟି ଦେଶୀ ମଦ ଭାଟି ଠାବ କରାଯାଇଥିଲା। ଲହାସହ ହଜାର ହଜାର ଲିଟର ଦେଶୀ ମଦ ନଷ୍ଟ କରାଯିବା ସହ ଏକାଧିକ ଲୋକଙ୍କୁ ପୁଲିସ୍ ଗିରଫ କରିଥିଲା। ତଥାପି ବେଆଇନ୍ ଦେଶୀ ମଦ ଭାଟି ଚାଲିଥିବା ଖବର ପାଇ ଅବକାରୀ ବିଭାଗ ଚଢାଉ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    88 %
    1.6kmh
    100 %
    Wed
    26 °
    Thu
    30 °
    Fri
    25 °
    Sat
    28 °
    Sun
    28 °

    ସମ୍ବନ୍ଧିତ