Saturday, March 7, 2026
34.5 C
Odisha

    ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ଅପଡ଼େଟ, ଦୂର ହେଲା ଓଟିପି ସମସ୍ୟା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ‘ସୁଭଦ୍ରା’ ଯୋଜନା ପାଇଁ ବର୍ତ୍ତମାନ କ୍ରେଜ୍‌ ଜାରି ରହିଛି। ଏହାରି ମଧ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ଅପଡ଼େଟ ଆସିଛି। ଏଣିକି ଆଉ ଦରକାର ପଡ଼ିବନି ଓଟିପି। ଆଧାର ସହିତ ମୋବାଇ ନମ୍ବର ଲିଙ୍କ ନ ଥିଲେ ‘ସୁଭଦ୍ରା’ ଯୋଜନାରେ ଆବେଦନ କରିପାରିବେ। ଏଥିପାଇଁ ଓଟିପିର ଆଉ ଆବଶ୍ୟକତା ନାହିଁ ବୋଲି ଜଣାପଡ଼ିଛି। ଏହି ଖବର ଜଣାପଡ଼ିବାପରେ ଯୋଗ୍ୟ ହିତାଧିକାରୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। କହିବାକୁ ଗଲେ ‘ସୁଭଦ୍ରା’ ଯୋଜନାକୁ ସମ୍ପୂର୍ଣ୍ଣ ରୂପରେ ଓଟିପି ମୁକ୍ତ କରାଯାଇଛି । ସୁଭଦ୍ରା’ ଯୋଜନା ଆବେଦନକାରୀମାନେ ମୋବାଇଲ ନମ୍ବର ଲିଙ୍କ୍‌ ଓ ଆଧାର ଅପଡେଟ ପାଇଁ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ପ୍ରବଳ ଗହଳି ଲଗାଉଥିଲେ। ଏହି ଯୋଜନାରେ ଆବେଦନ କରିବା ପାଇଁ ରାତି ଅନିଦ୍ରା ହୋଇ ଆଧାର କେନ୍ଦ୍ର ଆଗରେ ଭିଡ଼ ଲଗାଇବାର ଚିତ୍ର ରାଜ୍ୟର ଅନେକ ସ୍ଥାନରେ ଦେଖିବାକୁ ମିଳିଥିଲା। ଏହି ସୁଯୋଗରେ ଦଲାଲ ମଧ୍ୟ ସକ୍ରିୟ ହୋଇ ଉଠିଥିଲେ। ବର୍ତ୍ତମାନ ଆଧାର ଓଟିପି ନ ଦେଇ ମଧ୍ୟ ଫର୍ମ ସବମିଟ କରି ପାରିବେ।
    , ୪ ସେପ୍ଟେମ୍ୱର ସନ୍ଧ୍ୟାରୁ ସୁଭଦ୍ରା ଯୋଜନା ଫର୍ମ ଦାଖଲ ଆରମ୍ଭ ହୋଇଛି। ସୁଭଦ୍ରା ଯୋଜନା ଫର୍ମ ପୂରଣ ପରେ ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ପୂର୍ବରୁ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ସୁଭଦ୍ରା ଯୋଜନା ଆବେଦନ ପାଇଁ କୌଣସି ଶେଷ ତାରିଖ ଘୋଷଣା କରାଯାଇ ନାହିଁ । ୧୭ ତାରିଖ ପରେ ମଧ୍ୟ ଆବେଦନ କରିବେ। ସେମାନେ ମଧ୍ୟ ସୁଭଦ୍ରା ଯୋଜନାରେ ସମାନ ଅନୁଦାନ ପାଇବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    23 %
    3kmh
    0 %
    Sat
    35 °
    Sun
    37 °
    Mon
    37 °
    Tue
    39 °
    Wed
    40 °

    ସମ୍ବନ୍ଧିତ