Sunday, May 31, 2026
28.8 C
Odisha

    ସୁଭଦ୍ରା ଯୋଜନା ଏସଓପି ଘୋଷଣା ପରେ ବିଜେପିକୁ ଟାର୍ଗେଟ କଲେ ନବୀନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିଛନ୍ତି। ଏହି ଘୋଷଣା ପରେ କେଉଁମାନେ ଏହି ଯୋଜନାରେ ଉପକୃତ ହେବେ ଏବଂ କେଉଁମାନେ ବାଦ ପଡ଼ିବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ବିଧାନସଭା ମୁଖ୍ୟ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସୋସିଆଲ ମିଡିଆ ପ୍ଳାର୍ଟଫର୍ମ ଏକ୍ସ’ରେ ଏକ ଲମ୍ବା ପୋଷ୍ଟ କରି ସେ ଲେଖିଛନ୍ତି, ”ଭାଜପା ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। ନିର୍ବାଚନ ସମୟରେ କହିଥିଲେ ୫୦,୦୦୦ ଟଙ୍କା, ଦେଉଛନ୍ତି ମାତ୍ର ୫,୦୦୦ ଟଙ୍କା। କହିଲେ ସବୁ ମହିଳା, ହେଲେ ପାଇବେ ଜମା ୩ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ବିଜେପିର ଗ୍ୟାରେଣ୍ଟି? ଆମର ୪.୫ କୋଟି ଜନସଂଖ୍ୟାର ପ୍ରାୟ ୨.୨୫ କୋଟି ମହିଳା ଏଥିରେ ସାମିଲ ହେବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଏବେ ଭାଜପା ସରକାରଙ୍କ କହିବା ମୁତାବକ କେବଳ ମାତ୍ର ୭୦ ଲକ୍ଷ ମହିଳା ଏଥିରେ ସାମିଲ ହୋଇପାରିବେ। ତାହେଲେ ଭାଜପା ସରକାରଙ୍କ ‘ପ୍ରତ୍ୟେକ’ ମହିଳାଙ୍କୁ ଏ ଯୋଜନାରେ ସାମିଲ କରିବା ଅର୍ଥ କ’ଣ ଏଇୟା? ମା’ମାନଙ୍କୁ ଏହା କ’ଣ ବିଜେପିର ଗ୍ୟାରେଣ୍ଟି? ନା ଏହା ଏକ ଧୂଆଁବାଣ? ମା’ମାନେ ଅନେକ ଆଶା ରଖିଥିଲେ। ଟଙ୍କା ମିଳିଲେ କିଛି ଭଲ କାମରେ ଲଗାଇବେ ବା ବ୍ୟବସାୟ କରିବେ। ହେଲେ ଏବେ କହୁଛନ୍ତି ମା’ମାନଙ୍କୁ ୬ମାସରେ ମାତ୍ର ୫,୦୦୦ ଟଙ୍କାର ସହାୟତା; ଯାହା ମାସକୁ ମାତ୍ର ୮୦୦ ଟଙ୍କା ପଡ଼ୁଛି।ଏହା କେଉଁ କାମରେ ଲାଗିବ? ଏକ ସାଙ୍ଗରେ ୫୦,୦୦୦ ଟଙ୍କାର ପ୍ରୋତ୍ସାହନ ମିଳିଥିଲେ ମା’ମାନେ ଏହାକୁ କୌଣସି କାମରେ ଲଗାଇ ପାରିଥାନ୍ତେ। କିଛି ବ୍ୟବସାୟ କରି ସଶକ୍ତ ହୋଇ ସମାଜରେ ଆଗକୁ ବଢ଼ିଥାନ୍ତେ।

    ସୁଭଦ୍ରା ବା କିଛି ଗ୍ୟାରେଣ୍ଟି ଯୋଜନାକୁ କାର୍ଯ୍ୟକ୍ଷମ କରିବାକୁ ବିଜେପି ସରକାର ଚଳିତ ବଜେଟରେ ୫୦,୦୦୦ କୋଟି ଟଙ୍କାର ଋଣ କରିଛନ୍ତି। ଏହା ଆମ ସମସ୍ତଙ୍କ ମୁଣ୍ଡରେ ଋଣ ବୋଝ। ଆମ ମା’ ଓ ଭଉଣୀମାନଙ୍କୁ ଏହାକୁ ସୁଧ ସହ ସୁଝିବାକୁ ପଡ଼ିବ। କାରଣ ଏହା ସରକାରୀ ଅର୍ଥ ନୁହେଁ, ଋଣ ହୋଇ ଆସିଥିବା ଟଙ୍କା। ଏଥିରେ କ’ଣ ନାରୀ ସଶକ୍ତିକରଣ ସମ୍ଭବ ହେବ? ଆମେ ଖାଲି ଯାହା ଋଣ କରି ପରବ ପାଳିବା ସାର ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    28.8 ° C
    28.8 °
    28.8 °
    68 %
    1.6kmh
    17 %
    Sun
    37 °
    Mon
    40 °
    Tue
    41 °
    Wed
    43 °
    Thu
    44 °

    ସମ୍ବନ୍ଧିତ