Tuesday, September 22, 2026
25.8 C
Odisha

    ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ : ୨ ଯବାନ ଶହୀଦ, ଦୁଇ ଗୁରୁତର

    ଆଗକୁ ପଢନ୍ତୁ

    ଛତିଶଗଡ଼ : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି। ଆଜି ସକାଳୁ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିବାବେଳେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଥିଲା। ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି ଏବଂ ଏହି ସଂଖ୍ୟା ଆହୁରି ବଢିପାରେ ବୋଲି ବସ୍ତର ଆଇଜିପି ସୁରନ୍ଦ ରାଜ୍‌ ସୂଚନା ଦେଇଛନ୍ତି। ଅଞ୍ଚଳରେ ଆହୁରି ଅଧିକ ମାଓବାଦୀ ଲୁଚି ରହିଥିବା ସନ୍ଦେହ କରି ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ଜାରି ରହିଛି। ଅପରପକ୍ଷେ ଏହି ଗୁଳି ବିନିମୟରେ ୨ ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.8 ° C
    25.8 °
    25.8 °
    90 %
    2.4kmh
    100 %
    Tue
    26 °
    Wed
    26 °
    Thu
    25 °
    Fri
    28 °
    Sat
    26 °

    ସମ୍ବନ୍ଧିତ