Tuesday, October 6, 2026
30.4 C
Odisha

    ସେଲିବ୍ରିଟି କ୍ରିକେଟ୍ ଲିଗ୍‌: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ବଲିଉଡ୍ ଫିଲ୍ମ ନିର୍ମାତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଶ୍ରୀ କାପୁର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ। ଶ୍ରୀ କାପୁର କହିଥିଲେ ଯେ, ଓଡିଶାରେ ପିଲ୍ମ ସୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି। ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡ଼ିଶା ହେବ ପସନ୍ଦ ଯୋଗ୍ୟ ଫିଲ୍ମ ସୁଟିଂ ସ୍ଥାନ। ଏଥି ସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ସେ କହିଥିଲେ। ଏହି ସାକ୍ଷାତ ଆଲୋଚନା ସମୟରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ।କଟକ ବାରବାଟୀ ଷ୍ଟାଡିୟମରେ ନାମୀଦାମୀ ଭାରତୀୟ ଫିଲ୍ମ ଷ୍ଟାର କ୍ରିକେଟ୍‌ ଖେଳିବେ। ଆସନ୍ତା ୧୬ ତାରିଖରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍‌ ଲିଗ୍‌ରେ ଖେଳିବେ ଷ୍ଟାର, ସୁପର ଷ୍ଟାର। ଆଜି ଭୁବନେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସିସିଏଲ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବେଙ୍ଗଲ ସେଲିବ୍ରିଟି କ୍ରିକେଟ୍‌ର କଟକ ବାରବାଟୀ ହୋମ ଗ୍ରାଉଣ୍ଡ ହେବ ବୋଲି ଟିମ୍ ଓନର ବୋନି କପୁର ଘୋଷଣା କରିଛନ୍ତି। ବେଙ୍ଗଲର ମୁକାବିଲା ମୁମ୍ବାଇ ଷ୍ଟାର ଟିମ୍‌କୁ ଭେଟିବ। ଅର୍ଜୁନ କାପୂର୍, ସୋହେଲ ଖାଁ, ସୋନୁ ସୁଦ୍, ମିକା ସିଂ, ଆୟୁଷ୍ମାନ ଖୁରାନା, ରିଦେଶ ଦେଶମୁଖ, ଜାହ୍ନବୀ କପୁର ଭଳି ଷ୍ଟାରମାନେ ଖେଳୁଥିବାର ଦର୍ଶକ ଦେଖିବେ। ଫେବ୍ରୁଆରି ୧୧ରୁ ବାରବାଟୀରେ ଟିକେଟ ମିଳିବା ଆରମ୍ଭ ହୋଇଛି। ଏହାଛଡା ରେଲୱେ ଷ୍ଟେସନ, ବିମାନବନ୍ଦର, ବସ୍‌ଷ୍ଟାଣ୍ଡରେ ବି ଟିକେଟ ମିଳିବ। ସାମ୍ବାଦିକ ସମ୍ମିଳନୀରେ ଅର୍ଜୁନ କପୁର ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟୁର୍ଣ୍ଣାମେଣ୍ଟକୁ ଉଦ୍‌ଘାଟନ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    57 %
    1.3kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ