Tuesday, March 25, 2025
35.7 C
Odisha

    ସୋଆ ମ୍ୟାନେଜମେଂଟ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ୧୮/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବୁଧବାର ଉପାଧି ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ ସମାପ୍ତ କରିଥିବା ୨୦୨୧- ୨୪ ବ୍ୟାଚର ବ୍ୟାଚଲର ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ୍ (ବିବିଏ), ୨୦୨୨- ୨୪ ବ୍ୟାଚର ଏମ୍‌ବିଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟ ଓ ୨୦୨୨- ୨୪ ବ୍ୟାଚର ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍ (ଏମ୍‌ବିଏ) ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଆୟୋଜିତ ଏହି ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଛାତ୍ରଛାତ୍ରୀମାନଙ୍କୁ ଉପାଧି ପ୍ରଦାନ କରିଥିଲେ ।
    ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇବା ସହ ପ୍ରଫେସର ନନ୍ଦ କହିଥିଲେ ଯେ ଗୋଟିଏ ଛାତ୍ରଛାତ୍ରୀର ଜୀବନରେ ଶ୍ରେଷ୍ଠ ଓ ମହତ୍ୱପୂର୍ଣ୍ଣ ଦିନ ହେଉଛି ଗ୍ର୍ରାଜୁଏସନ୍ କାର୍ଯ୍ୟକ୍ରମ । ଶୃଙ୍ଖଳା, ସମୟାନୁବର୍ତିର୍ତା ଓ ଉତମ ମନୋଭାବ ଛାତ୍ର ଜୀବନର ଅବିଚ୍ଛେଦ୍ୟ ଅଙ୍ଗ । ସେ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ।
    ଦେଶର ଶ୍ରେଷ୍ଠ ୧୪ତମ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀମାନେ ବିଶ୍ୱବିଦ୍ୟାଳୟର ମାନକୁ ଉଚ୍ଚକୁ ନେବେ ବୋଲି ସେ ଆଶା ପ୍ରକାଶ କରିଥିଲେ । ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାନୁଷ୍ଠାନର ବ୍ରାଣ୍ଡ ଆମ୍ବାସାଡର ଭାବେ କାର୍ଯ୍ୟକରିବାକୁ ପ୍ରଫେସର ନନ୍ଦ ଆହ୍ୱାନ ଜଣାଇଥିଲେ ।
    ଏହି ଅବସରରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ମହାବିଦ୍ୟାଳୟର ରିପୋର୍ଟ ପ୍ରଦାନ କରିବା ସହିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ର ଡିନ୍ ପ୍ରଫେସର ସୁଶାନ୍ତ କୁମାର ଚଇନି ମଧ୍ୟ ରିପୋର୍ଟ ପ୍ରଦାନ କରିଥିଲେ ।
    ଏହି ଅବସରରେ ଆଇବିସିଏସ୍‌ର ସିନିୟର୍ ପ୍ରଫେସର ପି.କେ. ସ୍ୱାଇଁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଗତ ବର୍ଷରେ ବିଶ୍ୱବିଦ୍ୟାଳୟରୁ ୨୦୨୦-୨୪ ବ୍ୟାଚର ବ୍ୟାଚେଲର୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଆଣ୍ଡ କ୍ୟାଟରିଂ ଟେକ୍ନୋଲୋଜି (ବିଏଚ୍‌ଏମ୍‌ସିଟି) ଓ ଏମ୍‌ବିଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟରେ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଡିଗ୍ରୀ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଏକାଡେମିକ୍ କାଉନ୍‌ସିଲର ସଦସ୍ୟ ଓ ଫ୍ୟାକଲ୍ଟି ମେମ୍ବରମାନେ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.7 ° C
    35.7 °
    35.7 °
    14 %
    3.9kmh
    0 %
    Tue
    35 °
    Wed
    39 °
    Thu
    40 °
    Fri
    41 °
    Sat
    41 °

    ସମ୍ବନ୍ଧିତ