Sunday, March 15, 2026
34.6 C
Odisha

    ସୋରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ବଖରା ଘର ଓ ଲକ୍ଷାଧିକ ଟଙ୍କାର ସାମଗ୍ରୀ

    ଆଗକୁ ପଢନ୍ତୁ

    ବାଲେଶ୍ବର ଜିଲ୍ଲା ସୋର ବ୍ଲକ ତେଣ୍ଟେଇ ପଞ୍ଚାୟତ ଷୋଳଗାଁର ବସନ୍ତ ସେଠୀଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଦୁଇବଖରା ଘର ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଗତକାଲି ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ହଠାତ୍ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ ସରପଞ୍ଚ ଲକ୍ଷ୍ମୀକାନ୍ତ ମଳିକ ଓ ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିବା ସହିତ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।ଖବର ପାଇ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ସେତେବେଳକୁ ଦୁଇବଖରା ଘର ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଓ ବର୍ଷଯାକର ଅମଳ ହୋଇଥିବା ଧାନ ପୋଡି ପାଉଁଶ ହୋଇଯାଇଥିଲା। ବସନ୍ତ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି।ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ବିଦ୍ୟୁତ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.6 ° C
    34.6 °
    34.6 °
    18 %
    1.5kmh
    87 %
    Sun
    34 °
    Mon
    38 °
    Tue
    39 °
    Wed
    37 °
    Thu
    36 °

    ସମ୍ବନ୍ଧିତ