Wednesday, July 2, 2025
24.5 C
Odisha

    ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

    ଆଗକୁ ପଢନ୍ତୁ

    ବଲାଙ୍ଗିର: ପାରିବାରିକ କଳହର କୁପରିଣତି । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅତର୍ଲା ଗାଁରେ ଘଟିଛି ଘଟଣା । ମୃତକ ହେଲେ ଅତର୍ଲା ଗାଁର ଅମୁଲ୍ୟ ବିଶ୍ୱାଳ । ଅଭିଯୁକ୍ତ ସ୍ୱାମୀ ଗୌତମ ବିଶ୍ୱାଳଙ୍କୁ ଥାନାରେ ଅଟକ ରଖିଛି ପୋଲିସ ।

    ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ସ୍ଵାମୀ ସ୍ତ୍ରୀକୁ ଖାଇବାକୁ ମାଗିଥିଲା । ମାତ୍ର ସ୍ତ୍ରୀ ଖାଇବାକୁ ନ ଦେବାରୁ ସ୍ଵାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀକୁ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଛି । ପରେ ଖବର ପାଇ ଦେଓଗାଁ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି । ଏବଂ ଅଭିଯୁକ୍ତ ସ୍ଵାମୀକୁ ଗିରଫ କରିଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    88 %
    1.6kmh
    100 %
    Wed
    26 °
    Thu
    30 °
    Fri
    25 °
    Sat
    28 °
    Sun
    28 °

    ସମ୍ବନ୍ଧିତ