Monday, March 16, 2026
23.6 C
Odisha

    ସ୍ଵାଧୀନତା ସଂଗ୍ରାମୀଙ୍କ ପାଇଁ ବଢିଲା ଭତ୍ତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀମାନଙ୍କ ଭତ୍ତାକୁ ଦୁଇଗୁଣା କରାଯାଇଛି। ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା। ସେହିପରି କାରାବରଣ କରି ନ ଥିବା ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତାକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଅପରପକ୍ଷେ ଜାତୀୟ ଭତ୍ତା ପାଉଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନକୁ ୮ ହଜାରରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ୍‌ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    41 %
    1.3kmh
    2 %
    Mon
    38 °
    Tue
    38 °
    Wed
    37 °
    Thu
    35 °
    Fri
    34 °

    ସମ୍ବନ୍ଧିତ