Tuesday, May 12, 2026
38.8 C
Odisha

    ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଖୁସି ଖବର; ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିଁ : ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ। ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

    ସୂଚନା ଯୋଗ୍ୟ, ଏହି ସୁଧ ମୁକ୍ତ ଋଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    38.8 ° C
    38.8 °
    38.8 °
    20 %
    1.6kmh
    34 %
    Tue
    38 °
    Wed
    41 °
    Thu
    43 °
    Fri
    45 °
    Sat
    44 °

    ସମ୍ବନ୍ଧିତ