Thursday, April 16, 2026
42.3 C
Odisha

    ୨୩ରୁ ୨୫ ଯାଏ କଲେଜ ବନ୍ଦ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ବନ୍ଦ ରଖିବାକୁ କୁହାଯାଇଛି। ପ୍ରକାଶ ଯେ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ୍‌ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    42.3 ° C
    42.3 °
    42.3 °
    12 %
    4.4kmh
    2 %
    Thu
    43 °
    Fri
    43 °
    Sat
    43 °
    Sun
    44 °
    Mon
    44 °

    ସମ୍ବନ୍ଧିତ