Friday, May 1, 2026
26.7 C
Odisha

    ୨୪ ମେ’ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା: ଘଡ଼ଘଡ଼ି ସହ ବର୍ଷା ପୂର୍ବାନୁମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୨୪ ମ‌େ’ପର୍ଯ୍ୟନ୍ତ ବଜ୍ରପାତ, କୁଆପଥର ବର୍ଷା ଏବଂ ପ୍ରବଳ ପବନ ସହିତ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।୨୦ ମେ’: ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ପବନ ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଏହି ଜିଲ୍ଲାଗୁଡ଼ିକୁ ‌ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ଏହା ବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି।

    ୨୧ ମେ’: ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

    ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ପରିସ୍ଥିତି ରହିବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ୨୨ ମେ’: ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

    ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି।  ଏହି ଜିଲ୍ଲାଗୁଡ଼ିକ ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ୨୩ ମେ’: ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିରେ ଘଣ୍ଟାପ୍ରତି ଘଣ୍ଟା ୪୦-୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।

    ଏହା ବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ବଜ୍ରପାତ ହୋଇପାରେ ଏବଂ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର  ପର୍ଯ୍ୟନ୍ତ ବହିପାରେ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ଏସବୁ ଜିଲ୍ଲାଗୁଡ଼ିକ ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି।

    ୨୪ ମେ’: ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.7 ° C
    26.7 °
    26.7 °
    68 %
    1.7kmh
    55 %
    Thu
    27 °
    Fri
    38 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ