Sunday, September 13, 2026
24 C
Odisha

    ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠାରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ଯିବେ। ନୟାଗଡ଼ର କାଳିଆପଲ୍ଲୀରେ ବିଶ୍ୱାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗଦେବେ। ଏହାସହ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ନୟାଗଡ଼ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

    କଣ୍ଟିଲୋ ନୀଳମାଧବ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଜୋର ଦେଇଛି ଜିଲ୍ଲା ପ୍ରଶାସନ । ନୟାଗଡ଼ ଜିଲ୍ଲାପାଳ ସମସ୍ତ ବିଭାଗର ଉଚ୍ଚ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଛନ୍ତି । ନୟାଗଡ଼ ଜିଲ୍ଲାକୁ ରାଷ୍ଟ୍ରପତିଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁବ୍ ଉତ୍ସାହ ଦେଖିବାକୁ ମିଳିଛି। ପରେ ସୋମବାର ସନ୍ଧ୍ୟା ୬ ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ ଓ ସେଇଠି ରାତ୍ରିଯାପନ କରିବେ। ମଙ୍ଗଳବାର ସକାଳ ୯ ଟା ରେ ଦିଲ୍ଲୀ ଅଭିମୁଖେ ଫେରିଯିବେ ମହାମହିମ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନ ବନ୍ଦରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏଥିସହ ରାଫୁଲ ଡ୍ରେସ କାରକେଡ ରିହାର୍ସଲ ମଧ୍ୟ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24 ° C
    24 °
    24 °
    94 %
    1.1kmh
    65 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ