Saturday, May 17, 2025
25.1 C
Odisha

    ୫ ଦିନ ଯାଏ କାଳବୈଶାଖୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆହୁରି ୪ ଦିନ କାଳବୈଶାଖୀ ।  ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି, କୁଆପଥର ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।  ଆଗାମୀ ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ୬ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

    ସେହିପରି ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୪ ଜିଲ୍ଲା ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ଆଲର୍ଟ ଜାରି ହୋଇଛି।  ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

    ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ଏହି ଜିଲ୍ଲାମାନଙ୍କର କିଛି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ।  ସେହିପରି ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

    କାଳବୈଶାଖୀ ପ୍ରଭାବରେ ହ୍ରାସ ପାଇଛି ତାପମାତ୍ରା।  ଆଗାମୀ ୪ଦିନରେ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।  ପରବର୍ତ୍ତୀ ତିନି ଦିନରେ ୨ରୁ ୪ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.1 ° C
    25.1 °
    25.1 °
    75 %
    5.4kmh
    100 %
    Sat
    25 °
    Sun
    38 °
    Mon
    40 °
    Tue
    39 °
    Wed
    37 °

    ସମ୍ବନ୍ଧିତ