Saturday, May 2, 2026
41.6 C
Odisha

    ୫ ବୃହତ୍‍ ଜଳସେଚନ ପ୍ରକଳ୍ପ କାମ ତ୍ଵରାନ୍ବିତ ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ସମୀକ୍ଷା କରି ୫ଟି ବୃହତ୍‍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାରେ ଇବ ଜଳସେଚନ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ଅଙ୍ଗ ଜଳସେଚନ ପ୍ରକଳ୍ପ, କେନ୍ଦୁଝର ଜିଲ୍ଲାରେ ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ, ଝାରପଡା ଜଳସେଚନ ପ୍ରକଳ୍ପ, ଓ କାନୁପୁର ଜଳସେଚନ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଏବଂ ଆଗାମୀ ଦିନରେ ଏହି ପ୍ରକଳ୍ପ ଗୁଡିକ କିପରି ତ୍ୱରାନ୍ୱିତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦୀର୍ଘ ଦିନ ଧରି ପ୍ରସ୍ତାବିତ ହେବା ସତ୍ତ୍ୱେ ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ । ତେଣୁ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ ।ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଇବ୍‍ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୧,୦୬,୨୭୯ ହେକ୍ଟର ଜମି ଜଳସେଚିତ ହୋଇପାରିବ। ସେହିପରି ଅଙ୍ଗ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୩୦,୦୦୦ ହେକ୍ଟର, ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ ଦ୍ୱାରା ୩୧,୮୩୫ ହେକ୍ଟର, କେନ୍ଦୁଝରର ଝାରପଡା ଜଳସେଚନ ପ୍ରକଳ୍ପ ଦ୍ୱାରା ୧୭,୫୦୦ ହେକ୍ଟର, ଓ କାନୁପୁର ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୨୯,୫୭୮ ହେକ୍ଟର ଚାଷଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆ ଯାଇ ପାରିବ। ଏହି ୫ଟି ପ୍ରକଳ୍ପ ଦ୍ୱାରା ସମୁଦାୟ ୨,୧୫, ୧୯୨ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ । ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    41.6 ° C
    41.6 °
    41.6 °
    13 %
    6kmh
    25 %
    Sat
    41 °
    Sun
    42 °
    Mon
    41 °
    Tue
    33 °
    Wed
    38 °

    ସମ୍ବନ୍ଧିତ