Thursday, April 30, 2026
41.9 C
Odisha

    ୭ ମାସର ଶିଶୁକନ୍ୟାକୁ କଚାଡି ମାରିଦେଲେ ପିଶାଚ ବାପା

    ଆଗକୁ ପଢନ୍ତୁ

    ଢେଙ୍କାନାଳ   :   ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ୪ନଂ କଲୋନୀ ଅନ୍ତର୍ଗତ ନୋଟାରୀପଶିରେ  ୭ ମାସର ଶିଶୁ କନ୍ୟାକୁ କଚାଡି ମାରିଲା ପିଶାଚ ବାପା। ପାରିବାରିକ କଳହରୁ ଶିଶୁ କନ୍ୟାକୁ ହତ୍ୟା କରିଛି ଅଭିଯୁକ୍ତ ବାପା ସଞ୍ଜୟ ଚାତର। ତେବେ ଘଟଣାସ୍ଥଳରେ ଅଭିଯୁକ୍ତ ସଞ୍ଜୟକୁ ବହେ ଛେଚିଛନ୍ତି ସ୍ଥାନୀୟ ବାସିନ୍ଦା। ସଞ୍ଜୟକୁ ଗୁରୁତର ଅବସ୍ଥାରେ ପ୍ରଥମେ କାମାକ୍ଷାନଗର ଓ ପରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ସଞ୍ଜୟଙ୍କ ଘର ମୟୁରଭଞ୍ଜ ଜିଲ୍ଲାରେ ହୋଇଥିବା ସୂଚନା ମିଳିଛି। ଯାଜପୁର ଡ଼ୁବୁରୀରେ ଲେବର କାମ କରୁଥିବାବେଳେ ରଙ୍ଗ ନମ୍ବରରୁ କଣ୍ଟାପାଳ ୪ ନଂ କଲୋନୀର ଜନନୀ ମୁଣ୍ଡା ସହ ପ୍ରେମ ବିବାହ କରିଥିଲେ। ସଞ୍ଜୟ ଦୁଇ ବର୍ଷ ହେବ ଶ୍ୱଶୁର ଘର ନୋଟାରୀପଶିରେ ରହି ଟ୍ରାକ୍ଟର ଗାଡିରେ ଲେବର କାମ କରୁଥିଲେ। ବାହାଘର ପର ଠାରୁ ଜନନୀଙ୍କୁ ସଞ୍ଜୟ ମାଡ ମାରିବା ସହ ନିର୍ଯାତନା ଦେଇ ଆସୁଥିଲେ। ଗତ କାଲି ଚାଉଳ କିଣିବା ପାଇଁ ବଜାରକୁ ଯାଇ ସେଠାରେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଯାହାକୁ ନେଇ ପ୍ରେମ ସମ୍ପର୍କର ସନ୍ତକକୁ ସବୁ ଦିନ ପାଇଁ ରାସ୍ତାରୁ ହଟେଇ ଦେବି ବୋଲି କହି ଶିଶୁକୁ କଚାଡି ମାରିଥିଲା ପିଶାଚ ବାପା। ଏ ନେଇ ଖବର ପାଇ କଙ୍କଡ଼ାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    41.9 ° C
    41.9 °
    41.9 °
    13 %
    5kmh
    0 %
    Thu
    43 °
    Fri
    40 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ