Thursday, March 19, 2026
21 C
Odisha

    ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍‌ସ ଭୁବନେଶ୍ୱରରେ ସ୍ୱତନ୍ତ୍ର ୟୁନିଟ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ କାରଣରୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ହିଟ୍‌ ଷ୍ଟ୍ରୋକ୍ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍‌ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍ ଷ୍ଟ୍ରୋକ୍ ୟୁନିଟ୍‌ କାର୍ଯ୍ୟକାରୀ ହୋଇଛି। ଅସହ୍ୟ ଗ୍ରୀଷ୍ମ କାରଣରୁ ଦେଖାଯାଉଥିବା ସନ୍‌ ଷ୍ଟ୍ରୋକ୍‌ ତଥା ଅନ୍ୟାନ୍ୟ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଏମ୍‌ସରେ ଏହି ଉତ୍ସର୍ଗୀକୃତ ୟୁନିଟ୍‌ କାର୍ଯ୍ୟ କରିବ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ତଥା ଏନେଇ ସୃଷ୍ଟି ହେଉଥିବା ସମ୍ଭାବ୍ୟ ଆପତକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ଏମ୍‌ସ ଭୁବନେଶ୍ୱର ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ ବିଶେଷ ସହାୟକ ହେବାନେଇ ଆଶାବ୍ୟକ୍ତ କରିଛନ୍ତି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ। ଆବଶ୍ୟକୀୟ ଚିକିତ୍ସା ସୁବିଧା ସହିତ ବିଭିନ୍ନ ବିଭାଗର ଡାକ୍ତରଙ୍କ ପକ୍ଷରୁ ଏହି ୟୁନିଟ୍‌ରେ ସେବା ପ୍ରଦାନ କରାଯିବ ବୋଲି ଡ. ବିଶ୍ବାସ ପ୍ରକାଶ କରିଛନ୍ତି। ସେହିପରି ପ୍ରଖର ଖରାରେ ନିହାତି ଆବଶ୍ୟକ ନଥିଲେ ବାହାରକୁ ନବାହାରିବାକୁ ସେ ପରାମର୍ଶ ଦେଇଛନ୍ତି। ଜରୁରୀ ପରିସ୍ଥିତିରେ ଦିନବେଳା ବାହାରକୁ ଯିବା ସମୟରେ ସମସ୍ତ ସତର୍କତାମୂଳକ ପଦକ୍ଷେପ ଯେପରିକି ସାଙ୍ଗରେ ଛତା, ଓଦା ଗାମୁଛା କିମ୍ବା ଟାୱେଲ୍‌ ଏବଂ ପାଣି ବୋତଲ ଭଳି ସାମଗ୍ରୀ ନେବାକୁ ଡ. ବିଶ୍ବାସ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21 ° C
    21 °
    21 °
    70 %
    1.6kmh
    100 %
    Thu
    33 °
    Fri
    33 °
    Sat
    34 °
    Sun
    35 °
    Mon
    36 °

    ସମ୍ବନ୍ଧିତ