Sunday, September 20, 2026
24.6 C
Odisha

    ଅକ୍ଟୋବରରେ ଖୋଲିବ ଗୁଣ୍ଡିଚା ମନ୍ଦିର

    ଆଗକୁ ପଢନ୍ତୁ

    ପୁରୀ: Gundicha Temple ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୁବ ଶୀଘ୍ର ଖୋଲିବ ଗୁଣ୍ଡିଚା ମନ୍ଦିର । ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି । ଅକ୍ଟୋବର ମାସ ପ୍ରଥମ ସପ୍ତାହରେ ଗୁଣ୍ଡିଚା ମନ୍ଦିର ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପରିଚାଳନା କମିଟିର ସଦସ୍ୟ ଏବଂ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ଗୁଣ୍ଡିଚା ମନ୍ଦିର ଯାଇ ଉନ୍ନତିମୂଳକ କାମର ସ୍ଥିତି ପରଖିଛନ୍ତି । ଗୁଣ୍ଡିଚା ମନ୍ଦିର ଭିତରେ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟ ପ୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଦର୍ଶନ ପାଇଁ ଟିକେଟ ମୂଲ୍ୟ ରହିବ ୧୦ ଟଙ୍କା ।

    ବରିଷ୍ଠ ନାଗରିକ ଓ ଛୋଟ ଶିଶୁଙ୍କ ପାଇଁ ଗୁଣ୍ଡିଚା ମନ୍ଦିର ପ୍ରବେଶ ସମ୍ପୂର୍ଣ୍ଣ ନିଶୁଳ୍କ ରହିବ । ଦିବ୍ୟାଙ୍ଗ ଭକ୍ତ, ବୃଦ୍ଧ ବୃଦ୍ଧା,ମହିଳାଙ୍କ ପାଇଁ ରହିବ ସ୍ଵତନ୍ତ୍ର ଦର୍ଶନ ବ୍ୟବସ୍ଥା । ଦିବ୍ୟାଙ୍ଗମାନଙ୍କ ଦର୍ଶନ ପାଇଁ ରାମ୍ପ ବ୍ୟବସ୍ଥା କରାଯାଉଛି । ଗୁଣ୍ଡିଚା ମନ୍ଦିରରେ ଦାନବାକ୍ସ ଗଣତି ପାଇଁ ସିସିଟିଭି ଲଗାଇବା କାର୍ଯ୍ୟ ଜାରି ରହିଛି । ଭକ୍ତମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗୁଣ୍ଡିଚା ମନ୍ଦିର ଆସି ଜନ୍ମଵେଦି ଦର୍ଶନ କରିଥାନ୍ତି । କିନ୍ତୁ ଦୀର୍ଘବର୍ଷ ହେବ ଶ୍ରୀଗୁଣ୍ଡିଚା ମନ୍ଦିର ବନ୍ଦ ରହିଥିବାରୁ ଭକ୍ତମାନେ ଭିତରକୁ ନଯାଇପାରି ବାହାରୁ ନିରାଶ ହୋଇ ଫେରୁଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    93 %
    1.8kmh
    100 %
    Sat
    25 °
    Sun
    31 °
    Mon
    30 °
    Tue
    28 °
    Wed
    27 °

    ସମ୍ବନ୍ଧିତ