Friday, April 3, 2026
39.1 C
Odisha

    ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ୍ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଶକ୍ତିଶ୍ରୀ କେନ୍ଦ୍ର ସ୍ଥାପନ କରିବା ସହ ଶକ୍ତିଶ୍ରୀ ସାଥୀ ଉଚ୍ଚ ଶିକ୍ଷାନୁଷ୍ଠାନରେ ନିଯୁକ୍ତି କରିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପ୍ରତିଷ୍ଠା କରାଯିବ । ଏନେଇ ବିଭାଗର ନିର୍ଦେଶକ କାଳୀପ୍ରସନ୍ନ ମହାପାତ୍ର ସମସ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଛନ୍ତି ।

    ଏହି ଚିଠିରେ ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ ପଦକ୍ଷେପ ନେବାକୁ ଉଲ୍ଲେଖ ରହିଛି । ଅଗଷ୍ଟ ୧୪ ସୁଦ୍ଧା ପ୍ରତି ଶ୍ରେଣୀକୁ ପ୍ରତିନିଧିତ୍ବ କରୁଥିବା ଜଣେ ଛାତ୍ରୀ ବାଛିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତିନିଧିତ୍ବ ପାଇଁ UG କିମ୍ବା PG ଶେଷ ବର୍ଷର ଛାତ୍ରୀ ବାଛିବାକୁ ଓ ୬ ଦିନିଆ ଆତ୍ମରକ୍ଷା ତାଲିମ୍ ଆୟୋଜନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ଛାତ୍ରୀଙ୍କୁ ୬ ଦିନିଆ ଆତ୍ମରକ୍ଷା କୌଶଳ ତାଲିମ ଦିଆଯିବ। ମହିଳାଙ୍କ ସୁରକ୍ଷା ଓ ଅଧିକାର ସମ୍ବନ୍ଧୀୟ ସଚେତନତା କର୍ମଶାଳା ମଧ୍ୟ ଅନୁଷ୍ଠିତ ହେବ। ଛାତ୍ରୀଙ୍କର ଆତ୍ମବିଶ୍ବାସ ବୃଦ୍ଧି ପାଇଁ ପ୍ରଚେଷ୍ଟା କରିବ ଏହି କେନ୍ଦ୍ର। କେନ୍ଦ୍ରର ସଂଯୋଜିକା ଭାବେ ଜଣେ ଅଧ୍ୟାପିକା ରହିବେ।

    ଏହାବ୍ୟତୀତ ‘ଶକ୍ତିଶ୍ରୀ ସାଥୀ’ ନିୟୋଜିତ ହେବେ, ଯେଉଁମାନେ କି ସଂଯୋଜିକାଙ୍କ ସହ ସମନ୍ବୟ ରକ୍ଷା କରି ମାସିକ କ୍ୟାଲେଣ୍ଡର ମୁତାବକ ଅଧିବେଶନ ଆୟୋଜନ କରିବେ । ୟୁଜି ଓ ପିଜି ଶେଷ ବର୍ଷର ପ୍ରତି ଶ୍ରେଣୀର ଜଣେ ଲେଖାଏଁ ଛାତ୍ରୀ ଶ୍ରେଣୀ ପ୍ରତିନିଧି ଭାବେ କାମ କରିବେ । ଶକ୍ତିଶ୍ରୀ ସାଥୀ ମନୋନୟନରେ ସ୍ବଚ୍ଛତା ଅବଲମ୍ବନ କରିବାକୁ କୁହାଯାଇଛି । ସ୍ବେଚ୍ଛାସେବୀ, ନେତୃତ୍ବ ନେବାର ଦକ୍ଷତା, କମ୍ୟୁନିକେସନ ସ୍କିଲ, ଦାୟିତ୍ବ, ଉତ୍ତରଦାୟୀ, ସମସ୍ୟାର ସମାଧାନ କରିବାର କ୍ଷମତା ଥିବା ବ୍ୟକ୍ତି ଶକ୍ତିଶ୍ରୀ ସାଥୀ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ