Saturday, April 4, 2026
29 C
Odisha

    ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ଵର: ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କୁ ବଡ ଉପହାର ଦେଇଛନ୍ତି। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି ହୋଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ବାଇକ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି।ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଏବଂ ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି। କେବଳ ଭତ୍ତା ନୁହେଁ। ରାଜ୍ୟ ସରକାର ଏଣିକି ମେଡିକାଲ ଖର୍ଚ୍ଚ ବି ବହନ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29 ° C
    29 °
    29 °
    35 %
    0.8kmh
    84 %
    Sat
    38 °
    Sun
    36 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ