Monday, September 28, 2026
23.6 C
Odisha

    ଅଜୟ କୁମାର ଲଲ୍ଲୁ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲାକାଙ୍କୁ ମଣିପୁର, ତ୍ରିପୁରା, ସିକ୍କିମ ଓ ନାଗାଲାଣ୍ଡର ଦାୟିତ୍ବ ଦେଇଛି। ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ଶ୍ରୀ ଉଲାକାଙ୍କୁ ପୂର୍ବ ଭାରତର ଏହି ୪ ରାଜ୍ୟରେ ପ୍ରଭାରୀ ଭାବେ ନିଯୁକ୍ତ କରିଛି। ଏଆଇସିସିର ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏନେଇ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି।

    ଏଆଇସିସି ଓଡ଼ିଶା ଉପରେ ମଧ୍ୟ ନଜର ରଖିଛି। ଦୁଇ ଦିନ ପୂର୍ବରୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ରେ ନୂଆ ସଭାପତି ଭାବେ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ନିଯୁକ୍ତି ଦେଇଥିଲା। ପିସିସିର ନୂଆ ସଭାପତି ହେଲା ପରେ ଶ୍ରୀ ଦାସ ରାଜ୍ୟରେ କଂଗ୍ରେସକୁ ଆଗକୁ ନେବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଥି ପାଇଁ ସେ ତୃଣମୂଳ ସ୍ତରକୁ ଯାଇ ଲେକଙ୍କୁ ଭେଟିବେ ବୋଲି କହିଛନ୍ତି।

    କେବଳ ଏତିକି ନୁହେଁ, ଶ୍ରୀ ଦାସଙ୍କ ପକ୍ଷରୁ ଆଜି ଜାରି ହୋଇଥିବା ଏକ ପ୍ରେସ୍‌ ବିଜ୍ଞପ୍ତିରେ କୁହାଯାଇଛି ଯେ, ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବନ ଓ ବହିଷ୍କାର କରାଯାଇଥିଲା, ତାକୁ ପ୍ରତ୍ୟାହାର କରି ଦିଆଯାଇଛି। ବିଭିନ୍ନ ସମୟରେ କୌଣସି ନା କୌଣସି କାରଣରୁ ଯେଉଁମାନେ କଂଗ୍ରେସ ଛାଡ଼ି ଚାଲି ଯାଇଛନ୍ତି ସେମାନେ ପୁଣିଥରେ କଂଗ୍ରେସକୁ ଫେରି ଆସିବାକୁ ଆମେ ନିବେଦନ କରୁଛୁ। ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ, ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ୱାଗତ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    88 %
    1.6kmh
    5 %
    Mon
    24 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ