Friday, March 13, 2026
24.5 C
Odisha

    ଅଟୋ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୫ ମୃତ ଓ ୩ ଆହତ

    ଆଗକୁ ପଢନ୍ତୁ

    ପାଟନା : ପାଟନାର ବିହଟା ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ଯାତ୍ରୀବାହୀ ଅଟୋ ଏବଂ ଭାରୀ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏଥିସହ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।

    ସୂଚନାନୁଯାୟୀ, ମାନେରରେ ଆୟୋଜିତ ଉର୍ସ ମେଳାରୁ ଘରକୁ ଫେରୁଥିଲେ । ସେହି ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିବା ସହ ଆହତଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତ ମୃତକ ଆରାର ବାସିନ୍ଦା ବୋଲି ପୋଲିସ ସୂତ୍ରରୁ ଜଣାପଡିଛି । ଦୁର୍ଘଟଣାର କାରଣ ଜାଣିବା ପାଇଁ ଟ୍ରକ୍ ଡ୍ରାଇଭର ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ପଚରାଉଚରା କରୁଛି ପୋଲିସ । କିନ୍ତୁ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ