Saturday, March 21, 2026
32.6 C
Odisha

    ଅଣନିଶ୍ୱାସୀ ହେଲା ଦିଲ୍ଲୀ, ବିପଦଜନକ ସ୍ତରକୁ ଖସିଲା ଏୟାର କ୍ବାଲିଟି ଇଣ୍ଡେକ୍ସ

    ଆଗକୁ ପଢନ୍ତୁ

    ଦୀପାବଳିରେ ଅଣନିଶ୍ବାସୀ ହୋଇପଡ଼ିଛି ଦିଲ୍ଲୀ । ବାୟୁର ଗୁଣବତା ବିପଦଜନକ ସ୍ତରକୁ ଖସିଯାଇଛି । ଲୋକଙ୍କ ନିଶ୍ବାସ ପ୍ରଶ୍ବାସରେ ସମସ୍ୟା ସୃଷ୍ଟି ହୋଇଛି । ଆଜି ଦିଲ୍ଲୀ ଏୟାର କ୍ବାଲିଟି ଇଣ୍ଡେକ୍ସ ସୂଚକାଙ୍କ ୪୦୦ ପାର୍ କରିଛି । ବାୟୁ ମାନ ଅତି ଖରାପ ଯୋଗୁଁ ରେଡ୍‌ ଜୋନ୍‌ରେ ରହିଛି ୮ଟି ଷ୍ଟେସନ୍‌ । ସେପଟେ ପଡ଼ୋଶୀ ରାଜ୍ୟ ପଞ୍ଜାବ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶରେ ନଡ଼ାପାଳ ଜଳିବାରୁ ପରିସ୍ଥିତି ଆହୁରି ଭୟଙ୍କର ହୋଇଛି । ବାୟୁର ମାନ ଯେପରି ଅଧିକ ନ ବିଗିଡେ ସେଥିପ୍ରତି ସତର୍କ ନଜର ରଖାଯାଇଛି ।

    ଆଜି ସକାଳେ ଦିଲ୍ଲୀର ଏୟାର କ୍ବାଲିଟି ଇଣ୍ଡେକ୍ସ ଜାହାଙ୍ଗୀରପୁରୀରେ ୪୧୭, ଲୋନିରେ ୩୭୭, ପୁଠଖୁର୍ଦରେ ୩୭୦, ଇହବାସରେ ୩୫୭, ମେଜର ଧାନ ଚାନ୍ଦ ଜାତୀୟ ଷ୍ଟାଡିୟମରେ ୩୫୬, ଆଲିପୁରରେ ୩୫୧, ଦ୍ୱାରକା ସେକ୍ଟରରେ ୩୪୭, ମାଲଭିଆ ନଗରରେ ୩୩୫, ଆନନ୍ଦ ବିହାରରେ ୩୩୧, କଟୱରିଆ ସରାୟରେ ୩୩୧, ଅଶୋକ ବିହାରରେ ୩୨୪, ବୱାନା ଇଣ୍ଡଷ୍ଟ୍ରିଆଲ୍ ଏରିଆରେ ୩୨୮, କନ୍ନାଟ୍ ପ୍ଲେସରେ ୩୨୯, ଗ୍ରେଟର କୈଳାଶରେ ୩୧୯, ଜିଟିବି ନଗରରେ ୩୨୨, ମୟୂର ବିହାରରେ ୩୨୨, ହରି ନଗରରେ ୩୧୬, ରୋହିଣୀରେ ୩୩୯ ସହିତ ସମସ୍ତ ସ୍ଥାନରେ ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.6 ° C
    32.6 °
    32.6 °
    30 %
    0.6kmh
    7 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ