Wednesday, March 25, 2026
22 C
Odisha

    ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା । ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ । ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ରାଜ୍ୟସ୍ତରୀୟ “ବିଶ୍ଵ ଅଣ୍ଡା ଦିବସ” ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହା କହିଛନ୍ତି। ଏବେ ଦୈନିକ ପ୍ରାୟ ୧ କୋଟି ୧୭ ଲକ୍ଷ ଏବଂ ବାର୍ଷିକ ୩୭୨ କୋଟି ଅଣ୍ଡା ଉତ୍ପାଦନ ହେଉଛି। ୨୦୨୯ ସୁଦ୍ଧା ବାର୍ଷିକ ୫୦୦ କୋଟି ଅଣ୍ଡା ଉତ୍ପାଦନ ଲକ୍ଷ୍ୟ ରହିଛି। ଆମ ରାଜ୍ୟରେ ବାର୍ଷିକ ଅଣ୍ଡାର ମୁଣ୍ଡପିଛା ଉପଲବ୍ଧତା ୮୦ଟି ଥିବା ବେଳେ ସୁସ୍ଥ ଶରୀର ପାଇଁ ବାର୍ଷିକ ୧୮୨ଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ତେଣୁ ଅଣ୍ଡା ଉତ୍ପାଦନରେ ଆତ୍ମନିର୍ଭର ହେବା ପାଇଁ ପ୍ରତ୍ୟେକ ବ୍ଲକ୍ ଓ ଜିଲ୍ଲାରେ ଯୁବ ଉଦ୍ୟୋଗୀମାନେ ଆଗେଇ ଆସିବାକୁ ମାନ୍ୟବର ମନ୍ତ୍ରୀ ଆହ୍ଵାନ କରିଥିଲେ।

    କୃଷି ଓ ବୈଷୟିକ ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରଭାତ କୁମାର ରାଉଳ ଅଣ୍ଡା ଉତ୍ପାଦନରେ ଆମ ରାଜ୍ୟକୁ ସ୍ଵାବଲମ୍ବୀ କରାଇବାର ସଂକଳ୍ପ ନେବା ପାଇଁ ଆହ୍ଵାନ ଦେଇଥିଲେ । ଅତିରିକ୍ତ ଶାସନ ସଚିବ ରିନା ମହାପାତ୍ର ସରକାରଙ୍କ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅତିରିକ୍ତ ନିର୍ଦ୍ଦେଶକ ହାଡିବନ୍ଧୁ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।

    ସୂଚନାଯୋଗ୍ୟ, ପ୍ରତି ବର୍ଷ ଅକ୍ଟୋବର ମାସ ଦ୍ଵିତୀୟ ଶୁକ୍ରବାର ଦିନ “ବିଶ୍ଵ ଅଣ୍ଡା ଦିବସ” ପାଳନ କରାଯାଏ । ଅଣ୍ଡାର ଖାଦ୍ୟଗୁଣ ଓ ଏହାର ଉପକାରିତା ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଅଣ୍ଡା ଉତ୍ପାଦନ ବୃଦ୍ଧି ଉଦ୍ଦେଶ୍ୟରେ ବିଶ୍ଵ ଅଣ୍ଡା ଦିବସ ପାଳନ କରାଯାଉଛି। ଚଳିତ ବର୍ଷର ଥିମ୍ ରହିଛି “ଶକ୍ତିଶାଳୀ ଅଣ୍ଡା: ପ୍ରାକୃତିକ ପୋଷଣରେ ଭରପୂର ।”

    “ବିଶ୍ଵ ଅଣ୍ଡା ଦିବସ” ପରିପ୍ରେକ୍ଷୀରେ ଆଜି ଭୁବନେଶ୍ଵରର ବିଭିନ୍ନ ବିଦ୍ୟାଳୟରେ ଅଣ୍ଡାର ଉପାଦେୟ ଗୁଣ ବିଷୟରେ ପିଲାମାନଙ୍କୁ ସଚେତନ କରାଯାଇଥିଲା। ୟୁନିଟ-୧, ୟୁନିଟ-୨, ୟୁନିଟ-୯, ସିଆରପି ଓ କ୍ୟାପିଟାଲ ହାଇସ୍କୁଲରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏହା ବ୍ୟତୀତ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଭୁବନେଶ୍ଵରର ବିଭିନ୍ନ ଅନାଥାଶ୍ରମରେ ଅନ୍ତେବାସୀମାନଙ୍କୁ ଅଣ୍ଡା ବଣ୍ଟନ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    83 %
    1.8kmh
    1 %
    Wed
    38 °
    Thu
    38 °
    Fri
    41 °
    Sat
    39 °
    Sun
    39 °

    ସମ୍ବନ୍ଧିତ