Saturday, September 21, 2024
23.7 C
Odisha

    ଅତି ଜରୁରୀ ନ ଥିଲେ କଟକ ବଡ଼ ମେଡିକାଲକୁ ଆସନ୍ତୁ ନାହିଁ

    ଆଗକୁ ପଢନ୍ତୁ

    କୋଲକତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ୩୧ ବର୍ଷୀୟ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ପରେ ସାରା ଦେଶରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଡାକ୍ତର ମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ରାଜ୍ୟବ୍ୟାପୀ ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀ ସେବା ପ୍ରଭାବିତ ହୋଇଛି । କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର ଏମ୍ସରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରୁଛନ୍ତି ଡାକ୍ତର। ଡାକ୍ତରମାନଙ୍କ ଆନ୍ଦୋଳନ ଫଳରେ ଜରୁରିକାଳୀନ ଚିକିତ୍ସାକୁ ଛାଡ଼ି ଅନ୍ୟ ସମସ୍ତ ବିଭାଗ ସେବା ପ୍ରଭାବିତ ହୋଇଛି । ଜୁନିୟର ଡାକ୍ତର, ରେସିଡେଣ୍ଟ ଡାକ୍ତର ଆନ୍ଦୋଳନ ଚଳାଇଥିବା ବେଳେ ଏମିବିବିଏସ୍ ଛାତ୍ରଛାତ୍ରୀ ବି ସେମାନଙ୍କୁ ସମର୍ଥନ କରିଛନ୍ତି । ଫଳରେ ଆଉଟ ଡୋର୍ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଛି । ଯାହାକୁ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଏସସିବି ଅଧୀକ୍ଷକ । ସେ କହିଛନ୍ତି, ଅତି ଜରୁରୀ ନଥିଲେ ଏସସିବି ଆସନ୍ତୁ ନାହିଁ । କୌଣସି ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କିଛି କହି ହେବନି କ’ଣ ହେବ । ଏପଟେ ସମସ୍ତ ଫ୍ୟାକଲ୍ଟିଙ୍କ ଛୁଟି ବାତିଲ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.7 ° C
    23.7 °
    23.7 °
    89 %
    1kmh
    83 %
    Sat
    31 °
    Sun
    30 °
    Mon
    30 °
    Tue
    30 °
    Wed
    29 °

    ସମ୍ବନ୍ଧିତ