Monday, March 2, 2026
24.9 C
Odisha

    ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

    ଆଗକୁ ପଢନ୍ତୁ

    ଅନୁଗୁଳ : ଅନୁଗୁଳରେ ଶିକ୍ଷକପଡ଼ା ସ୍ଥିତ ଇକୋ ପାର୍କ ସାମ୍ନାରେ ଗୁଳିମାଡ ହୋଇଛି। ଏଥିରେ ଭବାନୀ ଶଙ୍କର ପ୍ରଧାନ ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଅନ୍ୟ ଜଣେ ମଧ୍ୟ ଆହତ ହୋଇଛନ୍ତି ।

    ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ଭବାନୀ ଶଙ୍କର ଇକୋ ପାର୍କ ସମ୍ମୁଖରେ ଛିଡା ହୋଇଥିବା ବେଳେ ୩ ଜଣ ଦୁର୍ବୃତ୍ତ ମୋଟର ସାଇକେଲରେ ଆସି ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି । ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.9 ° C
    24.9 °
    24.9 °
    24 %
    1.7kmh
    2 %
    Mon
    25 °
    Tue
    36 °
    Wed
    37 °
    Thu
    38 °
    Fri
    38 °

    ସମ୍ବନ୍ଧିତ