Monday, October 19, 2026
24.2 C
Odisha

    ଅନୁଗୋଳ ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ

    ଆଗକୁ ପଢନ୍ତୁ

    ଅନୁଗୋଳ : ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଭୂମିକମ୍ପ ଝଟକା । ରାତି ପ୍ରାୟ ୧୦.୪୭ ମିନିଟରେ ଏହି ଭୂମିକମ୍ପ ଝଟକା ପ୍ରାୟ ୫ ସେକେଣ୍ଡ ଧରି ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଛେଣ୍ଡିପଦା ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୫ କିମି ଦୂର  ବ୍ଲକର ସୀମାନ୍ତ ଚଢେଇମରା ଜଙ୍ଗଲ ।

    ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି-NCS ରିପୋର୍ଟ ଅନୁସାରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ଥିଲା । ଭୂଗର୍ଭର ୨୦ କିମି ଗଭୀରରେ ଭୂକମ୍ପ ଅନୁଭୂତ ହୋଇଥିଲା । ଏହାର ପ୍ରଭାବ ଚଢ଼େଇମାର ଗ୍ରାମ ନିକଟସ୍ଥ ଦେବଗଡ଼ ଜିଲ୍ଲାର ଚଢେଇମରା, ଆଉଁଳି, ପାଟକମୁଣ୍ଡା, ଟାଙ୍ଗିରି, ରାଇପାଳ, ଛେଣ୍ଡିପଦା, ଖାମର, କୋଶଳା ବାଗଡ଼ିଆ, ପାତ୍ରପଡା ଆଦି ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି । ତେବେ କୌଣସି ଧନଜୀବନ ହାନି ହୋଇନଥିବା ସୂଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.2 ° C
    24.2 °
    24.2 °
    81 %
    1.5kmh
    48 %
    Mon
    24 °
    Tue
    30 °
    Wed
    29 °
    Thu
    29 °
    Fri
    29 °

    ସମ୍ବନ୍ଧିତ