Monday, April 13, 2026
28.8 C
Odisha

    ଅନ୍ତିମ ଯାତ୍ରାରେ ରମାକାନ୍ତ: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ହେବ ଶେଷକୃତ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଖାରବେଳନଗର ବାସଭବନରେ ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ଶେଷ ଦର୍ଶନ କରିଛନ୍ତି। ଆଜି ପୁରୀ ସ୍ଵର୍ଗଦ୍ଵାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହେବ। ଗତକାଲି ପ୍ରଖ୍ୟାତ କବି, ଅବସରପ୍ରାପ୍ତ ପ୍ରଶାସକ ପଦ୍ମଭୂଷଣ ରମାକାନ୍ତ ରଥଙ୍କର ସ୍ଥାନୀୟ ଖାରବେଳନଗରସ୍ଥିତ ବାସଭବନରେ ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୧ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ, ରାଜନେତା, ସାହିତ୍ୟିକ ଏବଂ ଶୁ‌ଭେଚ୍ଛୁ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରି ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି।ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଜଗତରେ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି ଅନେକ ସାହିତ୍ୟିକ ମତ ରଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.8 ° C
    28.8 °
    28.8 °
    29 %
    2.1kmh
    0 %
    Mon
    29 °
    Tue
    41 °
    Wed
    43 °
    Thu
    44 °
    Fri
    43 °

    ସମ୍ବନ୍ଧିତ